ସରସ୍ବତୀ ଶିଶୁ ବିଦ୍ଯା ମନ୍ଦିର ପରିସରରେ ଶ୍ରୀରାମ ନଵମୀ ପାଳିତ

ବାଲେଶ୍ବର: ବାଲେଶ୍ବର ଜିଲ୍ଲା ବୃନ୍ଦାବତୀ ବିହାର ସ୍ଥିତ ସରସ୍ବତୀ ଶିଶୁ ବିଦ୍ଯା ମନ୍ଦିର ବାଲିଆ ଠାରେ ଶ୍ରୀରାମନବମୀ ମହା ଆଡମ୍ବର ସହକାରେ ପାଳିତ ହୋଇଯାଇଛି । ବିଦ୍ଯାଳୟର ପ୍ରଧାନ ଆଚାର୍ଯ୍ୟ ସୁଧୀର କୁମାର ମହାନ୍ତଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟର ପ୍ରାଣ ପ୍ରତିଷ୍ଠାତା ଉପେନ୍ଦ୍ର ନାଥ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାମନବମୀ ଦିବସର ମହତ୍ତ୍ଵ ସମ୍ବନ୍ଧରେ ଆଲୋକପାତ କରିଥିଲେ । ମୁଖ୍ୟବକ୍ତା ଭାବେ ବିଦ୍ୟାଳୟର ଆଚାର୍ଯ୍ୟା ତଥା ସୁସାହିତ୍ୟିକା ତାନଶ୍ରୀ ପାଣିଗ୍ରାହୀ ରାମଚନ୍ଦ୍ରଙ୍କର ଆଦର୍ଶ ଚରିତ୍ର ହଜାର ହଜାର ବର୍ଷ ପରେ ମଧ୍ୟ ବିଶ୍ବ ପାଇଁ ଏକ ମହନୀୟ ପ୍ରେରଣା ହୋଇ ରହିବ ବୋଲି ବକ୍ତବ୍ୟରେ କହିଥିଲେ । ସହ ପ୍ରଧାନ ଆଚାର୍ଯ୍ୟା ନୀଳିମା ଦେ ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିଲେ । ଶିଶୁ ଭାଇ ଭଉଣୀ ମାନେ ସ୍ବାଗତ ସଙ୍ଗୀତ ଗାନ କରିଥିଲେ । ଆଚାର୍ଯ୍ୟା ଶ୍ରାବଣୀ ଗିରି କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ଶେଷରେ ଆଚାର୍ଯ୍ୟ ସନ୍ତୋଷ କୁମାର ପଣ୍ଡା ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ ଜଣାଇଥିଲେ । ସମସ୍ତ ଗୁରୁଜୀ ଗୁରୁମାଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସାଫଲ୍ୟ ମଣ୍ଡିତ ହୋଇଥିଲା ବୋଲି ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ମହାନ୍ତ ଗଣମାଧ୍ୟମକୁ ସୂଚନା ଦେଇଥିଲେ ।

Leave A Reply

Your email address will not be published.