By Nandini News Last updated Apr 22, 2022 190 0 ସପ୍ତାହ ମଧ୍ୟରେ କଟକ ଚଣ୍ଡୀ ମନ୍ଦିର ଉନ୍ନତିକରଣର ମାଷ୍ଟରପ୍ଲାନ୍ ଭୁବନେଶ୍ୱର: କଟକ ଚଣ୍ଡୀ ମନ୍ଦିରର ଦ୍ରୁତ ଉନ୍ନତିକରଣ ହେବ । ମନ୍ଦିରକୁ ଅଧିକ ସୁନ୍ଦର କରାଯିବା ସହ ଏଠାକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ବିଭିନ୍ନ ପଦକ୍ଷେପ ନିଆଯିବ । ମନ୍ଦିରର ସାମଗ୍ରିକ ବିକାଶ କାର୍ଯ୍ୟର ଏକ ମାଷ୍ଟରପ୍ଲାନ୍ ୭ ଦିନ ମଧ୍ୟରେ ପ୍ରସ୍ତୁତ ହୋଇ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ.ପାଣ୍ଡିଆନ୍ ଆଜି ବଡ଼ି ସକାଳୁ କଟକ ଯାଇ ଚଣ୍ଡୀ ମନ୍ଦିର ପରିଦର୍ଶନ କରିଥିଲେ । ମାଆଙ୍କ ଦର୍ଶନ କରିବା ସହ ମନ୍ଦିରର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ସେବାୟତ, ଜିଲ୍ଲା ପ୍ରଶାସନ ଓ ସ୍ଥାନୀୟ ଲୋକମାନଙ୍କ ସହ ଆଲୋଚନା କରିଥିଲେ । ମନ୍ଦିରର ବିଭିନ୍ନ ସମସ୍ୟା ସମ୍ପର୍କରେ ୫-ଟି ସଚିବ ଆଲୋଚନା କରିବା ସହ ମନ୍ଦିରର ଅଞ୍ଚଳ ବୁଲି ଦେଖିଥିଲେ । ମନ୍ଦିରରେ ଥିବା ସମସ୍ୟା, ବିଶେଷ କରି ଜଳ ନିଷ୍କାସନ, ପାର୍କିଂ ଓ ମରାମତି ନେଇ ମନ୍ଦିର କର୍ତ୍ତୃପକ୍ଷ ୫-ଟି ସଚିବଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ବିଭିନ୍ନ କାମ ହାତକୁ ନିଆଯାଇଛି ବୋଲି ସେ ଏହି ଅବସରରେ ସୂଚନା ଦେଇଥିଲେ । ସୂଚନାଯୋଗ୍ୟ, କଟକର ପ୍ରସିଦ୍ଧ ଚଣ୍ଡୀମନ୍ଦିର ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଶ୍ରଦ୍ଧା ଓ ଆସ୍ଥାର ପ୍ରତୀକ । ଏହି ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କର ସ୍ପଷ୍ଟ ନିର୍ଦ୍ଦେଶ ରହିଛି। ଏଥିପାଇଁ ମନ୍ଦିର କମିଟି ଜିଲ୍ଲା ପ୍ରଶାସନ ସହିତ ବିଭିନ୍ନ ଉନ୍ନୟନମୂଳକ ପଦକ୍ଷେପ ସଂପର୍କରେ ଆଲୋଚନା ବୋଲି କୁହାଯାଇଛି । ୫-ଟି ସଚିବଙ୍କ ଗସ୍ତ ସମୟରେ ଆରଡିସି, ଜିଲ୍ଲାପାଳ ସିଏମସି କମିଶନର, ଡିସିପି, ପୂର୍ତ୍ତ ବିଭାଗର ବରିଷ୍ଠ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ । 0 190 Share