ଧାମନଗର: ଭଦ୍ରକ ଅବକାରୀ ନିରୀକ୍ଷକ ଶ୍ରୀ ଧନେଶ୍ୱର ବରାଡ଼ଙ୍କ ନେତୃତ୍ୱରେ ଧାମନଗର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ଧୂଷୁରୀ ଥାନା ଅନ୍ତର୍ଗତ ସହିଦନଗର, ଲୁଣିଆ, ମଙ୍ଗଳପୁର, ସରପୁର, ଅସୁରାଳୀ ବଜାର, ଗୁଡ଼ୁପୋଖରୀ ଓ ସୟଦ ଜାଫର ଗ୍ରାମ ଅଞ୍ଚଳରେ ଚଢାଉ କରାଯାଇ ୧୦୦ ଲିଟର ଦେଶୀ ରନ୍ଧା ମଦ ଜବତ କରିବା ସହିତ ଏଥିରେ ସମ୍ପୃକ୍ତ ମୋଟ ୦୪ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ମାନେ ହେଲେ ଧୂଷୁରୀ ଥାନା ଅନ୍ତର୍ଗତ ସହିଦନଗର ଗ୍ରାମର ଗଜେନ୍ଦ୍ର ଜେନା, କୋରୁଆ ଗ୍ରାମର ସୁଶାନ୍ତ ମଳିକ, ହଂଶପୁର ଗ୍ରାମର ଦେବରାଜ ରାଉତ ଓ ସୟଦ ଜାଫର ଗ୍ରାମର ବଳରାମ ମଳିକ। ଜବତ ମଦର ଆନୁମାନିକ ମୂଲ୍ୟ ୩୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢାଉରେ ଏସ୍.ଆଇ ରବି ବେହେରା, ଏ.ଏସ୍.ଆଇ ପୁରୁଷୋତ୍ତମ ମଲ୍ଲିକ, କନେଷ୍ଟବଳ ପ୍ରଦୀପ ମଲ୍ଲିକ, ଅଜିତ କୁମାର ସିଙ୍କୁ, ରମେଶ ନାୟକ, ଅନବାଦିତ୍ୟ ବାରିକ, ଶିବପ୍ରସାଦ ସାହୁ, ସନ୍ଧ୍ୟାରାଣୀ ସେନାପତି ପ୍ରଭୃତି ସାମିଲ ଥିଲେ । ଏନେଇ ଧାମନଗର ଅବକାରୀ ଥାନା ପକ୍ଷରୁ ୦୪ ଗୋଟି ମାମଲା ରୁଜ୍ଜୁ କରାଯାଇଛି।