ଆସନ୍ତାକାଲି ସୁଦ୍ଧା ଲଘୁଚାପ କ୍ଷେତ୍ର ରୂପ ନେବ। ଏନେଇ ସୂଚନା ଜାରି କରିଛି ଭାରତୀୟ ପାଣିପାଗ କେନ୍ଦ୍ର। ଘୂର୍ଣ୍ଣିଝଡ଼ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇ ଆସନ୍ତାକାଲି ସୁଦ୍ଧା ଲଘୁଚାପ କ୍ଷେତ୍ରର ରୂପ ନେବ। ପରେ ଅଧିକ ଘନୀଭୂତ ହୋଇ ୯ ତାରିଖ ସୁଦ୍ଧା ଅବପାତ ଓ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ସୃଷ୍ଟି ପରେ ବାତ୍ୟାର ଗତିପଥ ଓ ତୀବ୍ରତା ଜଣାପଡ଼ିବ ବୋଲି ପାଣିପାଗ ବିଭାଗ କହିଛି। ଆଜିଠାରୁ ମତ୍ସ୍ୟଜୀବୀଙ୍କୁ ଦକ୍ଷିଣପୂର୍ବ ବଙ୍ଗୋପସାଗର ଯିବାକୁ ବାରଣ କରାଯାଇଛି।
ସେପଟେ କାଳବୈଶାଖୀ ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତାକାଲି ଅର୍ଥାତ ୮ ତାରିଖରେ ମୟୂରଭଞ୍ଜ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ବଜ୍ରପାତ ସହ ବର୍ଷା ଓ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।