ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଓ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଛନ୍ତି। ଆଜି ଉଭୟ ନିଜର ଇସ୍ତଫାପତ୍ର ଉପବାଚସ୍ପତିଙ୍କ ନିକଟକୁ ପଠାଇ ଦେଇଛନ୍ତି। ତେବେ କେଉକାରଣରୁ ଦୁଇ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି, ତାହା ବର୍ତ୍ତମାନ ସୁଦ୍ଧା ଜଣାପଡ଼ି ନାହିଁ।ବାଚସ୍ପତି ଓ ଦୁଇ ମନ୍ତ୍ରୀଙ୍କ ଇସ୍ତଫା ପରେ ଖୁବ୍ଶୀଘ୍ର ମନ୍ତ୍ରିମଣ୍ଡଳ ଅଦଳ ବଦଳ ହୋଇପାରେ। ମିଳିଥିବା ସୂଚନାରୁ ଅନୁସାରେ ନୂଆ ମନ୍ତ୍ରିମଣ୍ଡଳରେ ନୂଆ ଚେହେରାଙ୍କୁ ସ୍ଥାନ ଦିଆଯାଇପାରେ ବୋଲି ଚର୍ଚ୍ଚା ହେଉଛି।