ପ୍ରମିଳା ମଲ୍ଲିକଙ୍କୁ ମିଳିଲା ଆଉ ୨ ବିଭାଗର ଅତିରିକ୍ତ ଦାୟିତ୍ୱ। ଶ୍ରମ ଏବଂ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ତାଙ୍କୁ ମିଳିଛି। ଶୁକ୍ରବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏବଂ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଥିଲେ। ଏହି ଦୁଇ ବିଭାଗର ଅତିରିକ୍ତ ଦାୟିତ୍ୱ ରାଜସ୍ୱ ମନ୍ତ୍ରୀଙ୍କୁ ମିଳିଛି। ପୂର୍ବରୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ପାଖରେ ରହିଛି .
ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ମାମଲାରେ ମନ୍ତ୍ରୀ ସମୀର ଦାଶ ବିବାଦୀୟ ହୋଇପଡ଼ିଥିବା ବେଳେ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ଆସିଥିବାରୁ ଉଭୟଙ୍କୁ ମନ୍ତ୍ରୀପଦରୁ ବାଦ୍ ଦିଆଯାଇଥିବା ଚର୍ଚ୍ଚା ହେଉଛି। ପୂର୍ବରୁ ନବ ଦାସଙ୍କ ହତ୍ୟା ଯୋଗୁ ମନ୍ତ୍ରିମଣ୍ଡଳରେ ଗୋଟିଏ ପଦବୀ ଖାଲି ରହିଥିବା ବେଳେ ଏବେ ଏହି ଦୁଇ ମନ୍ତ୍ରୀଙ୍କ ଇସ୍ତଫା ପରେ ମୋଟ୍ ୩ଟି ମନ୍ତ୍ରୀ ପଦ ଖାଲି ହୋଇଛି।