ଏଣିକି ନବମ ଏବଂ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମାଗଣାରେ ଦିଆଯିବ ୟୁନିଫର୍ମ । ଚଳିତ ଶିକ୍ଷା ବର୍ଷରୁ ମୁଖ୍ୟମନ୍ତ୍ରୀ ଶିକ୍ଷକ ପରିଧାନ ଯୋଜନାରେ ମାଗଣା ୟୁନିଫର୍ମ ପ୍ରଦାନ କରାଯିବ । ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ଏହି ଯୋଜନାରେ ସାମିଲ ହେବେ ।ଏ ସମ୍ପର୍କରେ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିା ପୂର୍ବରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମାଗଣାରେ ୟୁନିଫର୍ମ ପ୍ରଦାନ କରାଯାଉଥିବା ବେଳେ ନବମ ଏବଂ ଦଶମ ଶ୍ରେଣୀ ପିଲା ଏଥିରୁ ବଞ୍ଚିତ ହେଉଥିଲେ । ତେବେ ରାଜ୍ୟର ସମସ୍ତ ପିଲାଙ୍କୁ ମାଗଣା ଏବଂ ବାଧ୍ୟତାମୂଳକ ଶିକ୍ଷା ପ୍ରଦାନ ଉଦ୍ଦେଶ୍ୟରେ ଏପରି ନିଷ୍ପତ୍ତି ନିଆଯାଇଛି ।