ରାତି ପାହିଲେ ଶ୍ରୀଜିଉଙ୍କ ରଥଯାତ୍ରା

ଶ୍ରୀକ୍ଷେତ୍ରରେ ଚଳଚଞ୍ଚଳ । ରାଜ୍ୟ ଏବଂ ରାଜ୍ୟ ବାହାରୁ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଛି। ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି। ତେବେ ରଥଯାତ୍ରା ପାଇଁ ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚି ସାରିଛି।

ମିଳିଥିବା ସୂଚନା ମୁତାବକ, ଆସନ୍ତାକାଲି ପୂର୍ବାହ୍ନ ସାଢ଼େ ୯ଟାରେ ଶ୍ରୀଜିଉମାନଙ୍କର ପହଣ୍ଡି ଆରମ୍ଭ ହେବ । ପ୍ରଭୁ ସୁଦର୍ଶନ, ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥ ଗୋଟି ପହଣ୍ଡିରେ ଆସି ରଥ ଉପରେ ବିରାଜମାନ କରିବେ । ପହଣ୍ଡି କାର୍ଯ୍ୟକ୍ରମ ଦିନ ସାଢ଼େ ୧୨ଟା ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ସେହିପରି ଶ୍ରୀଗୁଣ୍ଡିଚା ଅଭିମୁଖେ ତିନି ରଥ ଅପରାହ୍‌ଣ ୪ଟାରେ ଗଡ଼ିବା ଆରମ୍ଭ କରିବ 

୬ଟା ୧୦ରେ ମଇଲ, ୬ଟା ୩୦ରେ ତଡ଼ପ ଲାଗି, ରୋଷହୋମ ଓ ୭ଟାରେ ଅବକାଶ ପରେ ୭ଟା ୧୦ରେ ସୂର୍ଯ୍ୟପୂଜା, ସାଢ଼େ ୭ଟାରେ ଦ୍ବାରପାଳ ପୂଜା ଏବଂ ବେଶ ଶେଷ କରାଯିବ। ସେହିପରି ସକାଳ ୮ଟାରୁ ୯ଟା ଯାଏଁ ଗୋପାଳ ବଲ୍ଲଭ ଓ ସକାଳ ଧୂପ ନୀତି ପରେ ୯ଟା ୧୫ରେ ମଙ୍ଗଳାର୍ପଣ କରାଯିବ।

ପହଣ୍ଡି ଶେଷ ହେଲା ପରେ ଦିନ ୧୨ଟା ୩୦ରୁ ଅପରାହ୍‌ଣ ୧ଟା ପର୍ଯ୍ୟନ୍ତ ଶ୍ରୀଶ୍ରୀ ମଦନମୋହନ, ଶ୍ରୀଶ୍ରୀ ରାମ ଓ ଶ୍ରୀଶ୍ରୀ କୃଷ୍ଣ ବିଜେ, ୧ଟା ୩୦ରୁ ୨ଟା ୩୦ ପର୍ଯ୍ୟନ୍ତ ଚିତାଲାଗି,ବେଶ ଶେଷ ହେବ। ୨ଟା ୩୦ରୁ ୩ଟା ୩୦ ଯାଏଁ ଛେରାପହଁରା, ୩ଟାରୁ ୪ଟା ପର୍ଯ୍ୟନ୍ତ ଚାରମାଳ ଫିଟା, ଘୋଡ଼ା ଓ ସାରଥୀ ଲଗାଯିବ ଆଉ ଏହାପରେ ରଥଟଣା ଆରମ୍ଭ ହେବ ।

Leave A Reply

Your email address will not be published.