ଦିଗପହଣ୍ଡି ମୌଳାଭଣଜାରେ ଦୁର୍ଘଟଣା ;୧୨ ମୃତ,୮ ଆହତ

ଦିଗପହଣ୍ଡିମୁଣ୍ଡି କଲେଜ ନିକଟରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁକ ସଡ଼କ ଦୁର୍ଘଟଣା ଘଟିଛି। OSRTC ବସ୍ ଓ ଘରୋଇ ବସ୍‌ରେ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୨ ଜଣଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୮ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକ ମଧ୍ୟରେ ୬ଜଣ ପୁରୁଷ,୪ ଜଣ ମହିଳା ଓ ୨ଜଣ ଶିଶୁ ଥିବା ଜଣାପଡ଼ିଛି।

ଗତକାଲି ରାତି ପ୍ରାୟ ଗୋଟାଏ ସମୟରେ ବ୍ରହ୍ମପୁରରୁ ବିବାହ ଭୋଜି ସାରି ଏକ ବସ୍‌ରେ ଖୁସିରେ ଖଣ୍ଡଦେଉଳି ଫେରୁଥିଲେ ବନ୍ଧୁବାନ୍ଧବ। ଏହି ସମୟରେ OSRTC ବସ୍‌ଟି ଗୁଡାରିରୁ ଭୁବନେଶ୍ୱର ଅଭିମୁଖେ ଫେରୁଥିଲା। ଖେମୁଣ୍ଡି କଲେଜ ନିକଟରେ ଦୁଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଆମ୍ବୁଲାନ୍ସ ଓ ଦମକଳ ଗାଡ଼ି ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଛନ୍ତି। ଆହତଙ୍କ ମଧ୍ୟରେ ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଜଣଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ଦୁର୍ଘଟଣାସ୍ଥଳରେ ବ୍ରହ୍ମପୁର ଏସପି ଓ ତହସିଲଦାର ଉପସ୍ଥିତ ଅଛନ୍ତି। ଏକ ଘରୋଇ ବସ୍‌ରେ ୨୫ ଜଣ ଯାତ୍ରୀ ଥିବା ସୂଚନା ଥିବା ବେଳେ OSRTC ବସ୍‌ କେତେଜଣ ଯାତ୍ରୀ ଥିଲେ ଜଣାପଡ଼ିନାହିଁ। ଦୁର୍ଘଟଣାରେ ଦୁଇଟି ବସ୍ ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏବଂ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

Leave A Reply

Your email address will not be published.