ଆସୁଛି ଆଉ ଏକ ଲଘୁଚାପ

ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୨୭ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୯ ତାରିଖରେ ଏହା ଅବପାତରେ ପରିଣତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

୨୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ପ୍ରବେଶ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୭ ତାରିଖରେ ଆଣ୍ଡାମାନ ସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳର ୨୯ ତାରିଖ ବେଳକୁ ଆହୁରି ଘନୀଭୂତ ହୋଇ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.