ପରାଦୀପ-ହରିଦାସପୁର ରେଳ ଲାଇନ୍ରେ ଗଡ଼ିବ ଯାତ୍ରୀବାହୀ ଟ୍ରେନ୍। ପାରାଦୀପରୁ କେନ୍ଦ୍ରାପଡ଼ା ଦେଇ କେନ୍ଦୁଝର ଗଡ଼ିବ ମେମୋ ଟ୍ରେନ୍। ଆସନ୍ତା ୫ ତାରିଖରେ ଓଡ଼ିଶା ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପତାକା ଦେଖାଇ ଟ୍ରେନ୍ର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି।
୨୦୨୦ ମସିହାରେ ପାରାଦୀପ-ହରିଦାସପୁର ରେଳ ଲାଇନ୍ରେ ମାଲ୍ବାହୀ ଟ୍ରେନ୍ ଚାଲିଥିଲା। ତା’ପରେ ଯାତ୍ରୀବାହୀ ଟ୍ରେନ୍ ଚଳାଚଳ କରିବା ପାଇଁ ଦାବି ହୋଇ ଆସୁଥିଲା। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ କେନ୍ଦ୍ରାପଡ଼ା ଗସ୍ତ ସମୟରେ ସ୍ଥାନୀୟ ଲୋକ ପୁରୁଣା ଦାବି ଦୋହରାଇ ଥିଲେ। ଯାତ୍ରୀବାହୀ ଟ୍ରେନ୍ ଚଳାଇବା ପାଇଁ ଦାବି କରିଥିଲେ। ସ୍ଥାନୀୟ ଲୋକଙ୍କ ଅନୁରୋଧ କ୍ରମେ ଟ୍ରେନ୍ ଚଳାଇବାକୁ ନିଷ୍ପତ୍ତି ନେଇଛନ୍ତି ରେଳ ମନ୍ତ୍ରଣାଳୟ।