ଏପ୍ରିଲ ଠାରୁ ଅଧିକ କଲବଲ କରିବ ମେ’। ଘରୁ ବାହାରିବା ହୋଇଯିବ ମୁସକିଲ୍। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ତ୍ରାହି ତ୍ରାହି ଟାକିବେ ଲୋକେ। ଏପରି ଆଗୁଆ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗର କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ଟ୍ୱିଟ୍ କରି କହିଛନ୍ତି ଯେ, ମେ’ ମାସରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବ। ସବୁବର୍ଷ ଅପେକ୍ଷା ଚଳିତ ମେ’ ମାସରେ ତାତି ଅଧିକ ହେବ। ଏନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ମେ’ ମାସରେ କେମିତି ରହିବ ଗ୍ରୀଷ୍ମର ପ୍ରକୋପ ଚଳିତ ମାସ ଶେଷ ସୁଦ୍ଧା ବିବରଣୀ ଜାରି କରାଯିବ।
କାଳବୈଶାଖୀ ହେବାର ଥିବାରୁ ୨୧ ଓ ୨୨ ତାରିଖରେ ତାତି ଟିକେ କମିବ। ୨୪ ତାରିଖ ଯାଏଁ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ କମିବ।
କିନ୍ତୁ ୨୫ ତାରିଖ ପରେ ପୁଣି ତାପମାତ୍ରା ବଢ଼ିବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।