ଆଜି ଲଘୁଚାପ ,୨୪ରେ ଅବପାତ

ଆଜି ଲଘୁଚାପର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ  । ଲଘୁଚାପ ସୃଷ୍ଟି ହେବା ପରେ  ଏହା ଉତର-ପୂର୍ବ ଦିଗକୁ ଗତି କରିବା ସହ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି  । ଏହାର ପ୍ରଭାବରେ ଆସନ୍ତା ୪ ଦିନ ଯାଏ ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ସମ୍ଭାବନା ରହିଛି  ।

୨୫ ତାରିଖରେ ରାଜ୍ୟରେ ହେବ ତୃତୀୟ ପର୍ଯ୍ୟାୟ ନିର୍ବାଚନ  । ଏହା ପୂର୍ବରୁ ବର୍ଷା ନେଇ ଆକଳନ କରିଛି ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର  । ଲଘୁଚାପ ନେଇ ସତର୍କ ରହିବା ସହ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ସେହିପରି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି  ।

ଆଜି ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ସହ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି  । ତେବେ ବର୍ତ୍ତମାନ ଯାଏ ଆଇଏମଡି ପକ୍ଷରୁ ବାତ୍ୟା ନେଇ କୌଣସି ଆକଳନ କରାଯାଇ ନଥିବା ବେଳେ କିଛି ଅନ୍ତର୍ଜାତୀୟ ମଡେଲ ବାତ୍ୟା ଆଶଙ୍କା ଥିବା କହିଛନ୍ତି ।

Leave A Reply

Your email address will not be published.