ପଶ୍ଚିମବଙ୍ଗ ନାରାୟଣଗର ଜାତୀୟ ରାଜପଥର ୧୬ ନମ୍ବର ନିକଟରେ ଏହି ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍। ଦୁର୍ଘଟଣାରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି।
ଆଜି ସକାଳେ ଯାତ୍ରୀବାହୀ ବସ୍ଟି ୫୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱରରୁ କୋଲକାତା ଅଭିମୁଖେ ଯାଉଥିଲା। ପଶ୍ଚିମବଙ୍ଗ ନାରାୟଣଗରର ଜାତୀୟ ରାଜପଥର ୧୬ ନମ୍ବର ନିକଟରେ ବସ୍ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା।
ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି ପ୍ରଥମେ ମକ୍ରମପୁର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ମେଦିନପୁରକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାରେ ୨ ଜଣ ଯାତ୍ରୀଙ୍କର ଗୋଡ଼ କଟିଯାଇଛି। ପୁଲିସ ଘଟଣାର ତଦନ୍ତ କରୁଛି।