ଆସନ୍ତାକାଲି ରଥଯାତ୍ରା ଥିବାରୁ ଆଜି ରଥଖଳାରୁ ଶ୍ରୀମନ୍ଦିର ସମ୍ମୁଖକୁ ଆସିବେ ତିନି ରଥ। ଶ୍ରୀଜିଉମାନେ ଏବେ ଅଣସର ଘରେ ଥିବାରୁ ପଟି ଦିଅଁଙ୍କ ଠାରୁ ବିଜେ ହୋଇଥିଲା ଆଜ୍ଞାମାଳ। ୩ ରଥର ପୂଜାପଣ୍ଡା ସାମନ୍ତ ପଟିଦିଅଁଙ୍କଠାରୁ ଆଜ୍ଞାମାଳ ଧରି ତିନି ରଥରେ ବିଜେ କରାଇଛନ୍ତି। ଏହା ପରେ ରଥଖଳାରୁ ତିନି ରଥକୁ ସିଂହଦ୍ୱାର ସମ୍ମୁଖକୁ ଟାଣି ନେଇଛନ୍ତି ପୁଲିସ ଅଧିକାରୀ ଓ ବହୁ ଶ୍ରଦ୍ଧାଳୁ।
ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଓ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ସିଂହଦ୍ୱାର ସମ୍ମୁଖରେ ପହଞ୍ଚି ସାରିଥିବା ବେଳେ ବଳଭଦ୍ରଙ୍କ ତାଳଧ୍ୱଜ ରଥ ସିଂହଦ୍ୱାର ଅଭିମୁଖେ ଅଣାଯାଉଛି। ପରମ୍ପରା ଅନୁଯାୟୀ, ପ୍ରଥମେ ନନ୍ଦିଘୋଷ, ପରେ ଦର୍ପଦଳନ ଓ ଶେଷରେ ତାଳଧ୍ୱଜ ରଥ ଟଣାଯାଇ ସିଂହଦ୍ୱାରକୁ ନିଆଯାଇଥାଏ।
ଳିତ ବର୍ଷ ରଥଯାତ୍ରା ଦିନ ନବଯୌବନ ଓ ନେତ୍ରୋତ୍ସବ ପଡୁଥିବାରୁ ଭକ୍ତମାନେ ମହାପ୍ରଭୁଙ୍କର ନବଯୌବନ ଦର୍ଶନରୁ ବଞ୍ଚିତ ରହିବେ। ଭକ୍ତଙ୍କ ପ୍ରବଳ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି।