ଦ୍ୱିତୀୟ ପର୍ଯ୍ୟାୟରେ କେନ୍ଦୁପତ୍ର ହିତାଧିକାରୀଙ୍କୁ ୧୧୧ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୨୨ ଫସଲ ବର୍ଷ ପାଇଁ ଏହି ସହାୟତା ମିଳିବ।
ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୮୩ କୋଟି ଟଙ୍କାର ସହାୟତା ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ସିଧାସଳଖ ଜମା କରାଯାଇଛି । ଦୁଇଟି ପର୍ଯ୍ୟାୟକୁ ମିଶାଇ କେନ୍ଦୁପତ୍ର ହିତାଧିକାରୀମାନେ ୧୯୪ କୋଟି ଟଙ୍କାର ସହାୟତା ପାଇବେ । ଗୋଟିଏ ଫସଲ ବର୍ଷରେ ଏପରି ସହାୟତା ଏକ ସର୍ବକାଳୀନ ରେକର୍ଡ ।
ରାଜ୍ୟ ସରକାରଙ୍କ ଏହି ଘୋଷଣା ଦ୍ୱାରା ୮ ଲକ୍ଷରୁ ଅଧିକ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ। ୭.୭୫ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଏବଂ ୪୦ ହଜାର ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଏହି ସହାୟତା ମିଳିବ।