ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ବାହାରିଥିବା ବେଳେ ଫଳାଫଳ ବେଶ୍ ଉତ୍ସାହଜନକ ରହିଛି। ଗତବର୍ଷ ତୁଳନାରେ ଚଳିତ ବର୍ଷ ରେଜଲ୍ଟ ବେଶ୍ ଭଲ ହୋଇଥିବା ବେଳେ ଛାତ୍ରଙ୍କ ତୁଳନାରେ ଆଗରେ ଅଛନ୍ତି ଛାତ୍ରୀ। ଚଳିତବର୍ଷ ବିଜ୍ଞାନରେ ୯୩,୭୩୪ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲା ବେଳେ ସେମାନଙ୍କ ମଧ୍ୟରୁ ୭୮,୯୩୮ ପରୀକ୍ଷାର୍ଥୀ ପାସ କରିଛନ୍ତି। ଏଥର ଯୁକ୍ତ ଦୁଇ ବିଜ୍ଞାନରେ ପାସ୍ ହାର ୮୪.୯୩% ରହିଛି। ପାସ କରିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ପ୍ରଥମ ଶ୍ରେଣୀରେ ୩୯,୫୭୩ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେହିପରି ଦ୍ୱିତୀୟ ଶ୍ରେଣୀରେ ୨୪,୨୫୭ ଛାତ୍ରଛାତ୍ରୀ ପାସ କରିଥିବାବେଳେ ତୃତୀୟ ଶ୍ରେଣୀରେ ୧୪,୮୫୨ ଛାତ୍ରଛାତ୍ରୀ ପାସ କରିଛନ୍ତି।