ବୁଲିଲା ୫-ଟି ଖଣ୍ଡା;୯ ଅଧିକାରୀଙ୍କ ମୁଣ୍ଡ ଗଡ଼ିଲା ।

 ଅପାରଗ ଓ ଦୁର୍ନାତିଗ୍ରସ୍ତ ଅଧିକାରୀମାନଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର କଠୋର ଆଭିମୁଖ୍ୟ ଜାରି ରହିଛି । ଏହିକ୍ରମରେ ଆଉ ୯ ଜଣ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଛି । ୩ ଜଣଙ୍କୁ ଚାକିରିରୁ ବରଖାସ୍ତ କରାଯାଇଥିବା ବେଳେ ୬ ଜଣଙ୍କର ପେନସନ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି । ଏହି ଅଧିକାରୀମାନଙ୍କ ମଧ୍ୟରେ ଅଛନ୍ତି ଏକ୍‌ଜିକ୍ୟୁଟିଭ ଇଂଜିନିୟର, ଓଏଏସ୍‌ ଅଧିକାରୀ, କୃଷି ବିଭାଗ ଅଧିକାରୀ, ସାମାଜିକ ଶିକ୍ଷା ଅଧିକାରୀ, ଅଡିଟର, ଜୁନିର ଇଂଜିନିୟର ପ୍ରମୁଖ ଅନ୍ତର୍ଭୁକ୍ତ । ଏମାନଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୯୭ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି କିମ୍ବା ସେମାନଙ୍କର ପେନ୍‌ସନ ବନ୍ଦ କରାଯାଇଛି ।

Leave A Reply

Your email address will not be published.