ମହଙ୍ଗା ନୁହେଁ ଶସ୍ତା ହେବ ପିଆଜ

ନୂଆଦିଲ୍ଲୀ :  ଖାଉଟି ବ୍ୟାପାର ବିଭାଗ ପିଆଜର ବଫର ଷ୍ଟକରୁ ୩ ଲକ୍ଷ ମେଟ୍ରିକ ଟନ୍ ପିଆଜ ବଜାରକୁ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି।

ବିଭାଗୀୟ ସଚିବ ଶ୍ରୀ ରୋହିତ କୁମାର ସିଂହ ନାଫେଡ ଓ ଏନସିସିଏଫର ପରିଚାଳନା ନିର୍ଦ୍ଦେଶକଙ୍କ ସହ ଏକ ବୈଠକ କରିବା ପରେ ଏଥି ନେଇ ନିଷ୍ପତ୍ତି ଚୂଡ଼ାନ୍ତ ହୋଇଥଲା। ରାଜ୍ୟ ଓ ଆଞ୍ଚଳିକ ବଜାର ଯେଉଁଠାରେ ପିଆଜର ଦର ସର୍ବଭାରତୀୟ ହାରାହାରି ଦର ଠାରୁ ଅଧିକ ଓ ପୂର୍ବ ମାସ ଓ ବର୍ଷ ତୁଳନାରେ ଅଧିକ ଓ ସୀମାରେଖା ବାହାରେ ରହିଥିବ ସେଠାରେ ଏହି ଅତିରିକ୍ତ ଷ୍ଟକ ଛାଡ଼ିବାକୁ ନିଷ୍ପତ୍ତି ହୋଇଛି।

ଇ-ନିଲାମ ଓ ପାଇକାରୀ ବିକ୍ରୟ ଇ-କମର୍ସ ମଞ୍ଚ ଜରିଆରେ ମଧ୍ୟ କରାଯିବା ପାଇଁ ବାଟ ଖୋଜା ଯାଉଛି। ଖାଉଟିମାନଙ୍କୁ ଯେପରି ସୁଲଭ ଦରରେ ପିଆଜ ଉପଲବ୍ଧ ହେବ ସେହି ଅନୁସାରେ ଏହାର ପରିମାଣ ନିର୍ଦ୍ଧାରିତ କରାଯାଇ ଛଡ଼ାଯାଉଛି। ବଜାରକୁ ଛଡ଼ାଯିବା ସହ ରାଜ୍ୟଗୁଡ଼ିକୁ ଖୁଚୁରା ଦୋକାନରେ ପିଆଜର ବିକ୍ରି ପାଇଁ ସେମାନଙ୍କ ଖାଉଟି ସମବାୟ ସମିତି ଓ ନିଗମ ଜରିଆରେ ମଧ୍ୟ ପିଆଜ ପଠାଇବାକୁ ସ୍ଥିର ହୋଇଛି।

ଚଳିତ ବର୍ଷ ୩ ଲକ୍ଷ ମେଟ୍ରିକ ଟନ୍ ପିଆଜ ଅତିରିକ୍ତ ଭାବେ ରଖିବା ପାଇଁ ସଂଗ୍ରହ କରାଯାଇଥିଲା ଓ ପରିସ୍ଥିତି ସେପରି ଉପୁଜିଲେ ଏହାର ପରିମାଣ ମଧ୍ୟ ବୃଦ୍ଧି କରାଯାଇ ପାରିବ। ଦୁଇଟି କେନ୍ଦ୍ରୀୟ ନୋଡାଲ ସଂସ୍ଥା ଯଥା ନାଫେଡ ଏବଂ ଏନସିସିଏଫ ପ୍ରତ୍ୟେକ ଜୁନ୍ ଓ ଜୁଲାଇ ରବି ପିଆଜ ଋତୁରେ ୧.୫ ଲକ୍ଷ ଟନ୍ ଲେଖାଏଁ ପିଆଜ ମହାରାଷ୍ଟ୍ର ଓ ମଧ୍ୟ ପ୍ରଦେଶରୁ ସଂଗ୍ରହ କରିଥଲେ।

ଏକ ଆଗୁଆ ପଦକ୍ଷେପ ସ୍ବରୂପ ଭାବା ଆଣିବିକ ଗବେଷଣା କେନ୍ଦ୍ର (ବିଏଆରସି) ସହଯୋଗରେ ଚଳିତ ବର୍ଷ ପିଆଜଗୁଡ଼ିକୁ ବିକିରଣ ମୁକ୍ତ କରିବାକୁ ପଦକ୍ଷେପ ନିଆଯାଇଥିଲା। ଭଣ୍ଡାରଣ ଜନିତ କ୍ଷତିକୁ କମ୍ କରିବା ଉଦ୍ଦେଶ୍ୟରେ ପ୍ରାୟ ଏକ ହଜାର ମେଟ୍ରିକ ଟନ୍ ପିଆଜ ବିକିରଣ ମୁକ୍ତ କରାଯିବା ପରେ ନିୟନ୍ତ୍ରିତ ବାୟୁମଣ୍ଡଳର ଭଣ୍ଡାର ଘରେ ସାଇତା ହୋଇଛି।

Leave A Reply

Your email address will not be published.