ପରିଚ୍ଛନ୍ନତା ପାଇଁ ୟୁନିସେଫର ଦେଶବ୍ୟାପୀ ରୋଡ୍ ମ୍ୟାପ୍ ପ୍ରସ୍ତୁତି 

ଭୁବନେଶ୍ୱର :  କେବଳ ହାତକୁ ସାଧାରଣ ଭାବେ ଧୋଇବା ଯଥେଷ୍ଟ ନୁହେଁ । ରୋଗ ଦାଉରୁ ରକ୍ଷା ପାଇବା  ଏବଂ ରୋଗ ବ୍ୟାପିବାର ଆଶଙ୍କାକୁ କମାଇବା ପାଇଁ  ହାତକୁ  ଭଲ ଭାବରେ ସାବୁନ ବା ହ୍ୟାଣ୍ଡ ଓ୍ୱାସ୍ ସାହାଯ୍ୟରେ ଭଲ  ଭାବରେ ଧୋଇବା ଜରୁରୀ ।

ସଠିକ୍‌ ଭାବରେ ହାତଧୁଆ କୋଭିଡ୍‌ ସଂକ୍ରମଣକୁ  କମାଇବା ସହିତ ମୃତ୍ୟୁ ସଂଖ୍ୟାକୁ ବହୁ ମାତ୍ରାରେ ହ୍ରାସ କରିବାରେ ସଫଳ  ହୋଇଥିଲା ।ସଠିକ୍ ଭାବରେ ହାତ ଧୂଆ ପାଇଁ ରାଜ୍ୟରେ ସ୍ୱାସ୍ଥ୍ୟ ବିଭାଗ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ମହିଳା ଓ ଶିଶୁ ବିକାଶ ବିଭାଗ ଆଦି ସମ୍ପୃକ୍ତ  ବିଭାଗ ଦ୍ୱାରାବିଭିନ୍ନ ସମୟରେ ସଚେତନ କରାଯାଉଛି ।

ଏବେ ଏହି ପ୍ରକ୍ରିୟାକୁ ସୁନିଶ୍ଚିତ କରିବାକୁ ୟୁନିସେଫ ଦେଶବ୍ୟାପୀ ରୋଡ୍ ମ୍ୟାପ୍ ପ୍ରସ୍ତୁତି କରୁଛି । ଓଡିଶାରୁ ପ୍ରଥମେ ଏହି ରୋଡମ୍ୟାପ୍  ଆରମ୍ଭ କରାଯାଇଥିବା  ସଂପର୍କରେ ଗୁରୁବାରଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଗୁରୁତ୍ୱପୂଣ୍ଣ ବୈଠକରେ ୟୁନିସେଫ୍ ତରଫରୁସୂଚନା ଦିଆଯାଇଛି ।

ଏହି ସମନ୍ୱୟ ଏବଂ ପରାମର୍ଶ ବୈଠକରେ ସମ୍ପୃକ୍ତ ସମସ୍ତ ବିଭାଗର ସମନ୍ୱୟରେ ଏହି କାର୍ଯ୍ୟ ସୁସଂପାଦନ ପାଇଁ ଉନ୍ନୟନ କମିଶନର ପରାମର୍ଶ ଦେଇଛନ୍ତି ।  ୟୁନିସେଫ କ୍ଷେତ୍ର ମୁଖ୍ୟ ଉଇଲିୟମ୍ ହାନଲୋନ ଜେଆର, ୟୁନିସେଫ୍ ଓ୍ୱାସ୍ – ସିସିଇସ୍ ବିଶେଷଜ୍ଞ ସିପ୍ରା ସକ୍ସେନା ପ୍ରମୁଖ ଯୋଗଦେଇ ଓଡିଶାରେ ହାତ ଧୁଆ(ହ୍ୟାଣ୍ଟ ହାଇଜିନ) ରୋଡ୍ ମ୍ୟାପ୍ ପ୍ରସ୍ତୁତି ସମ୍ପର୍କରେ ବିଶଦ୍ ଭାବେ ଆଲୋକପାତ କରିଥିଲେ ।

ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଅନୁସୂଚିତଜନଜାତିଅନୁସୂଚିତଜାତିଉନ୍ନୟନଓସଂଖ୍ୟାଲଘୁକଲ୍ୟାଣବିଭାଗ, ମହିଳା ଓ ଶିଶୁ ବିକାଶ ବିଭାଗ  ଶିକ୍ଷା, ଯୋଗାଯୋଗ ଏବଂ ବ୍ୟବହାରିକ ପରିବର୍ତ୍ତନ ସଂପର୍କରେ ରଣନୀତି ପ୍ରସ୍ତୁତି କରିବେ ।

ଏଥିରେ ଯୋଜନା ଓ ସଂଯୋଜନ ବିଭାଗ, ଗୃହ ଓ ନଗର ଉନ୍ନୟନ ବିଭାଗ, ଅର୍ଥ ବିଭାଗ, ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ ସୂଚନା ଓ ଲୋକ ସଂପର୍କ ବିଭାଗ ଆଦି ସଂପୃକ୍ତବିଭିନ୍ନବିଭାଗ ଓ ଅନୁଷ୍ଠାନର ସମନ୍ୱୟରେ ଆବଶ୍ୟକ ପ୍ରସ୍ତୁତି,  ବ୍ୟବସ୍ଥା ନିର୍ଦ୍ଧାରଣ, ସଂସ୍ଥାଗତ ଓ ଭିତ୍ତିଭୂମି ବ୍ୟବସ୍ଥା ଏବଂ  ତଦାରଖ କରାଯିବ । ବ୍ୟବହାରିକପରିବର୍ତ୍ତନପାଣ୍ଠିବ୍ୟବସ୍ଥାତଦାରଖ,ସମନ୍ୱୟବୈଷୟିକଜ୍ଞାନକୌଶଳର ଉପଯୋଗ ଏହିକାର୍ଯ୍ୟରେ ସଫଳତା ଆଣିଦେବ

Leave A Reply

Your email address will not be published.