୧୯ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ଛୁଇଁବ। ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ୱୀପପୁଞ୍ଜ ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରକୁ ମୌସୁମୀ ବାୟୁ ଅଗ୍ରସର ହେବାକୁ ଏବେ ପାଗ ଅନୁକୂଳ ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଗତବର୍ଷ ଏହି ସମୟରେ ଉପରୋକ୍ତ ଅଞ୍ଚଳକୁ ଦକ୍ଷିଣ ପଶ୍ଚିମ ମୌସୁମୀ ଅଗ୍ରସର ହୋଇଥିଲା।
ତେବେ ୭ ଦିନ ବିଳମ୍ବରେ ଅର୍ଥାତ୍ ଜୁନ ୮ରେ ଭାରତର ମୁଖ୍ୟ ଭୂଖଣ୍ଡର କେରଳ ଉପକୂଳକୁ ପ୍ରବେଶ କରିଥିଲା। ଓଡ଼ିଶାକୁ ପାଖାପାଖି ୧୦ ଦିନ ବିଳମ୍ବରେ ଅର୍ଥାତ୍ ଜୁନ୍ ୨୨ ବେଳକୁ ପହଞ୍ଚିଥିଲା। ତେବେ ଏଥର ମୌସୁମୀ ସ୍ବାଭାବିକ ସମୟରେ ଭାରତ ଭୂଖଣ୍ଡ ସମେତ ଓଡ଼ିଶାକୁ ଛୁଇଁବା ନେଇ ପାଣିପାଗର ବିଭିନ୍ନ ମଡେଲ୍ ଆକଳନ କରିଛନ୍ତି।