ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପରକୁ କାଳିମାଡ଼ ହୋଇଛି। କଂଗ୍ରେସ ଭବନରେ ପଶି କିଛି ଅସନ୍ତୁଷ୍ଟ ଗୋଷ୍ଠୀ କାଳିମାଡ଼ କରିଥିବା ଜଣାଯାଇଛି।
ଆଜି ସକାଳେ ଶରତ ପଟ୍ଟନାୟକ କଂଗ୍ରେସ ଭବନରେ ନିଜ ଚ୍ୟାମ୍ବରରେ ବସିଥିବା ବେଳେ କିଛି ଅସନ୍ତୁଷ୍ଟ ଗୋଷ୍ଠୀର ଯୁବକମାନେ ହଠାତ୍ ତାଙ୍କ ଚ୍ୟାମ୍ବରକୁ ପଶି ଆସିଥିଲେ। ପିସିସି ସଭାପତିଙ୍କ ଉପରେ ଯୁବକମାନେ କାଳିମାଡ଼ କରିଥିଲେ ଓ ପରେ ସେଠାରୁ ପଳାଇ ଯାଇଥିଲେ। ଘଟଣାପରେ କଂଗ୍ରେସର ବରିଷ୍ଠ ନେତାମାନେ କଂଗ୍ରେସ ଭବନରେ ପହଞ୍ଚି ପସିସି ସଭାପତିଙ୍କ ସହ ଆଲୋଚନା କରିଥିବା ଜଣାଯାଇଛି। ତେବେ କେଉଁ କାରଣ ପାଇଁ ପିସିସି ସଭାପତିଙ୍କୁ କାଳିମାଡ଼ କରାଗଲା ତାହା ଜଣାପଡ଼ିନାହିଁ।