କାମଚଳା ବାଚସ୍ପତି ଭାବେ ଶପଥ ନେଲେ କଟକ ସାଂସଦ ଭର୍ତ୍ତୃହରି ମହତାବ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭର୍ତ୍ତୃହରି ମହତାବଙ୍କୁ ଶପଥ ପାଠ କରାଇଛନ୍ତି । ଏବେ କାମଚଳା ବାଚସ୍ପତି ଭାବେ ଭର୍ତ୍ତୃହରି ସାଂସଦ ମାନଙ୍କୁ ଶପଥ ପାଠ କରାଇବେ । ଆଜି ପ୍ରଥମ ଦିନରେ ୨୮୦ ସାଂସଦ ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି । ଅବଶିଷ୍ଟ ସାଂସଦ ଆସନ୍ତାକାଲି ଶପଥ ନେବେ । ପରେ ୨୬ ତାରିଖରେ ହେବ ବାଚସ୍ପତି ନିର୍ବାଚନ ।
ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପୁଅ ଭର୍ତ୍ତୁହରି ୧୯୯୮ରୁ ସମ୍ମାନଜନକ କଟକ ସଂସଦୀୟ କ୍ଷେତ୍ରରୁ ପ୍ରତିନିଧିତ୍ୱ କରିଆସୁଛନ୍ତି।୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ଲୋକ ସଭାରେ ସେ ବିଜେଡିର ଫ୍ଲୋର ନେତା ରହିଥିଲେ। ୧୯୯୮ରୁ ୧୯୯୯, ୨୦୦୪, ୨୦୦୯, ୨୦୧୪, ୨୦୧୯ ପର୍ଯ୍ୟନ୍ତ ସେ ୬ଥର ଲୋକ ସଭାକୁ ନିର୍ବାଚିତ ହୋଇଛନ୍ତି।