ଆଜିଠାରୁ ବଢ଼ିବ ବର୍ଷା

 ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠାରୁୁ ବଢିବ ବର୍ଷା । ୫ ଦିନ ପର୍ଯ୍ୟନ୍ତ ବର୍ଷା ହେବା ନେଇ ଆଲର୍ଟ ଜାରି କରାଯାଇଛି । ଆଜିଠାରୁ ୨୮ ତାରିଖ ପର୍ଯ୍ୟନ୍ତ କିଛି ସ୍ଥାନରେ ପ୍ରବଳ ବର୍ଷା ସହ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।ଘୂର୍ଣ୍ଣିବଳୟ ପ୍ରଭାବରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଆଜି କେନ୍ଦୁଝର, ମୟୂରଭଂଜ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାରେ ବର୍ଷା ହୋଇପାରେ । ସେହିପରି ୨୭ ତାରିଖରେ ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଗଂଜାମ, ରାୟଗଡ଼ା ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Leave A Reply

Your email address will not be published.