ଆସନ୍ତା କାଲିଠୁ ବିଧାନସଭା ଅଧିବେସନ . କଂଗ୍ରେସ ବିଧାୟକ ଦଳର ନେତା କିଏ ହେବେ ତାହା ସ୍ଥିର ହୋଇପାରିନାହିଁ। ଏହି ରେସରେ ତାରା ବାହିନୀପତି ଆଗରେ ଥିବା ଚର୍ଚ୍ଚା ହେଉଛି । ତେବେ ଏହା ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ତାରା । କହିଛନ୍ତି, କେନ୍ଦ୍ରୀୟ ନେତୃତ୍ୱ ଯାହା ନିଷ୍ପତ୍ତି ନେବେ ତାକୁ ସେ ଗ୍ରହଣ କରିବେ ।ପୂର୍ବାହ୍ନ ୧୧ରେ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ବଜେଟ ଅଧିବେଶନକୁ ସୁରୁଖୁରରେ ପରିଚାଳନା ଲାଗି ସହଯୋଗ ଲୋଡିବେ ବାଚସ୍ପତି। ଏହି ବୈଠକ ପୂର୍ବରୁ ନିଯୁକ୍ତ ହେବେ ସରକାରୀ ଦଳ ମୁଖ୍ୟ ସଚେତକ ଓ ଉପ ମୁଖ୍ୟ ସଚେତକ । ସେହିପରି ୨୩ ତାରିଖରେ ଉପବାଚସ୍ପତି ଲାଗି ନାମାଙ୍କନ ହେବ । ସେହିଦିନ ୧୨ଟା ସୁଦ୍ଧା ନାମାଙ୍କନ ଦାଖଲ କରାଯିବ । ୨୪ରେ ଫଳାଫଳ ଘୋଷଣା ହେବ । ୨୫ ତାରିଖରେ ମୋହନ ସରକାର ତାଙ୍କର ପ୍ରଥମ ବଜେଟ ଉପସ୍ଥାପନ କରିବେ । ଅର୍ଥ ବିଭାଗକୁ ନିଜ ପାଖରେ ରଖିଥିବାରୁ ନିଜେ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ।