ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତଟି ଦୁର୍ବଳ ହୋଇ ୱେଲ୍ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ଏହା ଆଭ୍ୟନ୍ତରୀଣ ଓଡ଼ିଶା ଓ ସଂଲଗ୍ନ ଛତିଶଗଡ଼ ଉପରେ ସକ୍ରିୟ ରହିଛି। ଏହା ପ୍ରଭାବରେ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି।ତେବେ ରାଜ୍ୟରେ ଆହୁରି ୩ ଦିନ ବର୍ଷିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭବନା ଥିବା ବେଳେ କିଛି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଭଦ୍ରକ, ବାଲେଶ୍ୱର କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.