ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ ୫ ଶ୍ରମିକ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି .ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟର ଏସ୍ଏମ୍ଏସ୍-୧ ୟୁନିଟ୍ରେ ଏହି ବିସ୍ଫୋରଣ ହୋଇଛି। ସକାଳ ପ୍ରାୟ ସାଢେ ୯ଟା ବେଳେ ଏହି ଅଘଟଣ ଘଟିଛି। ଗୁରୁତର ୫ ଶ୍ରମିକଙ୍କୁ ତୁରନ୍ତ ଆଇଜିଏଚ୍ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ତେବେ କିପରି ଓ କାହିଁକି ଏହି ବିସ୍ଫୋରଣ ଘଟିଲା ସେ ନେଇ ଷ୍ଟିଲ୍ ପ୍ଲାଣ୍ଟ କର୍ତ୍ତୃପକ୍ଷ କୌଣସି ସୂଚନା ଦେଇ ନାହାନ୍ତି।