ଆସନ୍ତା ୨୩ ତାରିଖରେ ଏହା ବାତ୍ୟାରେ ପରିଣତ ହେବ। ୨୪ ତାରିଖରେ ଏହା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଓଡ଼ିଶାରେ ୨୪ ଓ ୨୫ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟା ଉପକୂଳ ଛୁଇଁଲା ବେଳେ ସମୁଦ୍ରରେ ପବନର ବେଗ ୧୦୦ରୁ ୧୨୦ କିମି ରହିବ।
କେନ୍ଦ୍ରୀୟ ଆଣ୍ଡାମାନ ସାଗର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟଟି ଉତ୍ତର ଆଣ୍ଡାମାନ ସାଗର ନିକଟସ୍ଥ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀ ଭୂତ ରହିଛି। ଆସନ୍ତାକାଲି ଏହା ଲୁଘଚାପ କ୍ଷେତ୍ରରେ ପରିଣତ ହେବ। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୨ ତାରିଖରେ ଅବପାତରେ ପରିଣତ ହେବ। ୨୩ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଘୂର୍ଣ୍ଣିବାତ୍ୟାରେ ପରିଣତ ହୋଇପାରେ। ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ୨୪ତାରିଖ ସକାଳେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବ। ଉପକୂଳ ଛୁଇଁଲା ବେଳେ ସମୁଦ୍ରରେ ପବନର ବେଗ ୧୦୦ରୁ ୧୨୦ କିମି ରହିବ।
ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତା ୨୩ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ। କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୪ ଓ ୨୫ ତାରିଖରେ ଓଡ଼ିଶାରେ ଅଧିକ ବର୍ଷା ହେବ। ବିଶେଷ କରି ଉପକୂଳବର୍ତ୍ତୀ ଓଡ଼ିଶାରେ ଅଧିକ ବର୍ଷା ହେବ। ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଉପକୂଳରେ ଓଡ଼ିଶାରେ ଅଧିକ ବର୍ଷା ହେବ। କିଛି ସ୍ଥାନରେ ୨୦ରୁ ୩୦ ସେମି ପର୍ଯ୍ୟନ୍ତ ବର୍ଷା ହେବ। ଏପରିକି ଆଉ କିଛି ସ୍ଥାନରେ ୩୦ ସେମିରୁ ଅଧିକ ବର୍ଷା ହେବ ବୋଲି ଆଇଏମଡି ଡିଜି କହିଛନ୍ତି।