ବାତ୍ୟା ମୁକାବିଲା ପାଇଁ ୯ ମନ୍ତ୍ରୀଙ୍କୁ ଦାୟିତ୍ବ
ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ‘ଦାନା’ ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବାବେଳେ ରାଜ୍ୟ ସରକାର ‘ଜିରୋ କାଜିଆଲିଟି’ ଉପରେ ଗୁରୁତ୍ୱ ଦେଇଛନ୍ତି । ୬ଜଣ ବରିଷ୍ଠ ଆଇଏଏସଙ୍କୁ ବାତ୍ୟା ପ୍ରଭାବିତ ହେବାର ଆଶଙ୍କା ଥିବା ୬ଟି ଜିଲ୍ଲା ଦାୟିତ୍ୱ ନ୍ୟସ୍ତ କରିଥିବାବେଳେ ଆଜି ୯ଜଣ ମନ୍ତ୍ରୀଙ୍କୁ ବିଭିନ୍ନ ଜିଲ୍ଲାର ବାତ୍ୟା ମୁକାବିଲା ଓ ପ୍ରସ୍ତୁତି ଆଦିର ସମୀକ୍ଷା କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।ଜମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ‘ଦାନା’ରେ ପ୍ରଭାବିତ ହେବାକୁ ଥିବା ୯ଟି ଜିଲ୍ଲାରେ ଆବଶ୍ୟକ ତଦାରଖ କରିବାକୁ ମନ୍ତ୍ରୀମାନଙ୍କୁ ପରାମର୍ଶ ଦେଇଛନ୍ତି।ଗତସିଂହପୁର- ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ
ବାଲେଶ୍ୱର- ପଂଚାୟତିରାଜ ମନ୍ତ୍ରୀ ରବି ନାଏକ
ଭଦ୍ରକ- କ୍ରୀଡ଼ାମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ
ମୟୂରଭଞ୍ଜ- ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର
ପୁରୀ- ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
କେନ୍ଦ୍ରାପଡ଼ା- ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ
କେନ୍ଦୁଝର – ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
କଟକ – ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ