ଓଡ଼ିଶାର ଦୁଇଟି ଜିଲ୍ଲାରେ ମିଳିଛି ସୁନା ଖଣିର ସନ୍ଧାନ । ଦେବଗଡ଼ ଜିଲ୍ଲାର ଆଡ଼ାସ-ରମାପଲ୍ଲୀ ଏବଂ କେନ୍ଦୁଝର ଜିଲ୍ଲାର ଗୋପୁର-ଗଜିପୁର ଅଞ୍ଚଳରେ ସୁନା ଖଣିର ସନ୍ଧାନ ମିଳିଥିବା ବିଧାନସଭାରେ ଉତ୍ତର ରଖିଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ।
ତେବେ ଏନେଇ ବିଧାନସଭାରେ ପ୍ରଶ୍ନ କରିଥିଲେ ବିଧାୟକ ଅଶ୍ୱିନୀ କୁମାର ପାତ୍ର ଓ ଉପସନା ମହାପାତ୍ର । ଦୁହେଁ ପଚାରିଥିଲେ ଯେ, ରାଜ୍ୟର କେଉଁ ସ୍ଥାନରେ ସୁନା ଖଣିର ସନ୍ଧାନ ମିଳିଛି ଏବଂ ଖଣି ସନ୍ଧାନକାରୀ ଦଳ ଖଣି ଉପରେ କେଉଁ ରିପୋର୍ଟ ଦେଉଛନ୍ତି? ଏହାର ଉତ୍ତରରେ ମନ୍ତ୍ରୀ ରାଜ୍ୟର ଦୁଇଟି ଜିଲ୍ଲାରେ ସୁନା ଖଣିର ସନ୍ଧାନ ମିଳିଥିବା ସୂଚନା ଦେଇଛନ୍ତି ।
ସୂଚନା ମୁତାବକ, ଦେବଗଡ ଜିଲ୍ଲାର ଆଡାସ ରାମପଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା (ଏଝଓ) ଦ୍ୱାରା ଜି-୨ ସ୍ତରରେ ଅନୁସନ୍ଧାନ କାର୍ୟ୍ୟ ସରିଛି । ସେହିପରି କେଉଁଝର ଜିଲ୍ଲାର ଗୋପୁର– ଗଜିପୁର ଅଞ୍ଚଳରେ ଜି-୩ ସ୍ତରର ଅନୁସନ୍ଧାନରେ ସନ୍ତୋଷଜନକ ଫଳାଫଳ ବାହାରିବା ଯୋଗୁଁ ସେ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା (ଏଝଓ) ଓ ରାଜ୍ୟ ଖଣି ଓ ଭୂତତ୍ତ୍ଵ ନିର୍ଦ୍ଦେଶାଳୟର ସହଭାଗିତାରେ ଜି-୨ ସ୍ତରରେ ଅନୁସନ୍ଧାନ କାର୍ୟ୍ୟ ଚାଲୁରହିଛି। ତେବେ ଅନୁସନ୍ଧାନକାରୀ ସଂସ୍ଥାମାନେ ଚୂଡାନ୍ତ ରିପୋର୍ଟ ପ୍ରଦାନ କଲା ପରେ ବୈଷୟିକ କମିଟିର ସୁପାରିସ କ୍ରମେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ।