ବଢିବ ଅଙ୍ଗନବାଡ଼ି କର୍ମୀଙ୍କ ଦରମା । ଏନେଇ କେନ୍ଦ୍ର ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରଣାଳୟରେ ଦାବି ରଖିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ରାଜସ୍ଥାନର ଉଦୟପୁରରେ ଆୟୋଜିତ ଚିନ୍ତନ ଶିବିର କାର୍ଯ୍ୟକ୍ରମରେ ଯୋଗ ଦେଇ କେନ୍ଦ୍ର ସରକାରଙ୍କ ଆଗରେ ଏପରି ପ୍ରସ୍ତାବ ରଖିଛନ୍ତି ଉପ ମୁଖ୍ୟମନ୍ତ୍ରୀ ତଥା ଓଡ଼ିଶା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ। ରାଜ୍ୟରେ ହେବ ସର୍ବାଧିକ ସକ୍ଷମ ଅଙ୍ଗନବାଡ଼ି । ଏହାସହ କାର୍ଯ୍ୟରତ ମହିଳାଙ୍କ ପାଇଁ ହଷ୍ଟେଲ ବ୍ୟବସ୍ଥା ପାଇଁ କେନ୍ଦ୍ର ସରକାରଙ୍କ ଆଗରେ ପ୍ରସ୍ତାବ ରଖିଥିବା ନେଇ ପ୍ରତିକ୍ରିୟା ରଖିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏହା ଉପରେ କେନ୍ଦ୍ର ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରଣାଳୟ ବିଚାର କରୁଛନ୍ତି ବୋଲି ସେ କହିଛନ୍ତି ।